ଓଡ଼ିଶାଲାଇଭ୍ ବ୍ୟୁରୋ

ବାୟୁସେନାର ସ୍ଵତନ୍ତ୍ର ବିମାନ ଯୋଗେ ଭୁବନେଶ୍ଵରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ରାଷ୍ଟ୍ରପତି ସନ୍ଧ୍ୟା ୬ଟା ୧୦ରେ ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିଥିଲେ। ରାଷ୍ଟ୍ରପତିଙ୍କୁ ସ୍ଵାଗତ କରିବା ପାଇଁ ବିମାନବନ୍ଦରରେ ପହଞ୍ଚିଥିଲେ ରାଜ୍ୟପାଳ ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ବିମାନବନ୍ଦରରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସ୍ଵତନ୍ତ୍ର କାର ଯୋଗେ ରାଜଭବନ ଅଭିମୁଖେ ଯାତ୍ରା କରିଥିଲେ। ରାଷ୍ଟ୍ରପତିଙ୍କୁ ସ୍ଵାଗତ କରିବା ଲାଗି ରାସ୍ତା କଡ଼ରେ ଅପେକ୍ଷା କରି ରହିଥିରେ ବିଭିନ୍ନ ଦଳର କର୍ମକର୍ତ୍ତା, ଛାତ୍ରଛାତ୍ରୀ ଏବଂ ସାଧାରଣ ଜନତା। ଅଧାବାଟରେ ଗାଡ଼ିରୁ ଓହ୍ଲାଇ ରାଷ୍ଟ୍ରପତିଙ୍କ ସ୍ଵାଗତ ପାଇଁ ଆସିଥିବା ଲୋକଙ୍କ ପାଖକୁ ଯାଇଥିଲେ ଦ୍ରୌପଦୀ ମୁର୍ମ।

ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

ଆଜି ରାଷ୍ଟ୍ରପତି ରାଜଭବନରେ ଆୟୋଜିତ ‘ଅତୁଟ ବନ୍ଧନ’ କାର୍ଯ୍ୟକ୍ରମରେ ଯୋଗ ଦେବେ। ରାଷ୍ଟ୍ରପତି ରାଜଭବନରେ ରାତ୍ରିଯାପନ କରିବା ପରେ ଆସନ୍ତାକାଲି, ବୁଧବାର ଦିନ କଟକରେ ଅନୁଷ୍ଠିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ।

Tags: #PresidentOfIndia #DroupadiMurmu #OdishaVisit

Comment