ଓଡ଼ିଶାଲାଇଭ୍ ବ୍ୟୁରୋ

ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ଅଗଷ୍ଟ ୧ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ଜୁଲାଇ ୩୦ ତାରିଖରେ ପ୍ରବଳ ବର୍ଷା ହେବା ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୩୧ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଅନୁଗୁଳ, ସୋନପୁର, ବୌଦ୍ଧ, ବଲାଙ୍ଗୀର ଏବଂ କନ୍ଧମାଳ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଆସନ୍ତା ଅଗଷ୍ଟ ୧ ତାରିଖରେ ଅତିପ୍ରବଳ ବର୍ଷା ହେବା ନେଇ ସମ୍ବଲପୁର, ସୋନପୁର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର ଏବଂ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ବରଗଡ଼ ଏବଂ କଳାହାଣ୍ଡି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Tags: #WeatherUpdates #Odisha #HeavyRainfallWarning

Comment