ଓଡ଼ିଶାଲାଇଭ୍ ବ୍ୟୁରୋ

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକରେ ସୋମବାର ଦିନ ନିର୍ମାଣାଧୀନ ପୋଲ ଭୁଶୁଡ଼ି ୫ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଚାରି ଜଣ ଶିଶୁ ରହିଛନ୍ତି। ମୃତକଙ୍କ ପରିବାର ଲାଗି ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ପ୍ରଦାନ କରାଯିବ।

ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ କରିବା ପ୍ରତି ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣା ପାଇଁ ଦାୟୀ କର୍ମଚାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

ଉପରସାଜା ଗ୍ରାମ ନିକଟରେ ଥିବା ନାଳ ଉପରେ ଏକ ପୋଲ ନିର୍ମାଣ କାମ ଚାଲିଥିଲା। ଦୁଇମାସ ପୂର୍ବରୁ ପୋଲର ଛାତ ପଡ଼ିଥିଲା। ଲଗାଣ ବର୍ଷା ଯୋଗୁଁ ପୋଲ କାମ ବନ୍ଦ ରହିଛି। ସୋମବାର ସକାଳେ ଏହି ନାଳକୁ ୯ ଜଣ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ପୋଲଟି ଭୁଶୁଡ଼ି ପଡ଼ିବାରୁ ପୋଲ ତଳେ ୭ ଜଣ ଚାପି ହୋଇଯାଇଥିଲେ। ସ୍ଥାନୀୟ ଲୋକେ ୫ ଜଣଙ୍କୁ ମୃତ ଅବସ୍ଥାରେ ଉଦ୍ଧାର କରିଥିଲେ। ଅନ୍ୟ ଦୁଇଜଣଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା।

Tags: #Rayagada #Kalyansinghpur #Exgratia #OdishaGovt #Death #UnderConstructionBridgeCollapse

Comment