ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୨୦୨୪ ମସିହା ଫେବ୍ରୁଆରି ୧୪ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା। ମାଟ୍ରିକ ପରୀକ୍ଷା ଭଳି ୬ ମାସ ପୂର୍ବରୁ ଯୁକ୍ତ ୨ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ଯୁକ୍ତ ୨ ପରୀକ୍ଷା ୨୦୨୪ ଫେବ୍ରୁଆରି ୧୪ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏପ୍ରିଲ ଶେଷ କିମ୍ବା ମେ’ ମାସ ପ୍ରଥମ ସପ୍ତାହରେ ଫଳାଫଳ ପ୍ରକାଶ ପାଇବ। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶିତ ୨୦୨୩-୨୪ ଶିକ୍ଷାବର୍ଷ ଲାଗି ଏକାଡେମିକ କ୍ୟାଲେଣ୍ଡରରେ ଯୁକ୍ତ ୨ ପରୀକ୍ଷା ସମ୍ପର୍କରେ ଉଲ୍ଲେଖ କରାଯାଇଛି।

ଯୁକ୍ତ ୨ ପରୀକ୍ଷା ପାଇଁ ଆସନ୍ତା ନଭେମ୍ବର ମାସ ୧୦ରୁ ୨୫ ତାରିଖ ମଧ୍ୟରେ ଫର୍ମ ପୂରଣ ପ୍ରକ୍ରିୟା ଶେଷ ହେବ। ଆସନ୍ତା ବର୍ଷ ଜାନୁଆରି ପ୍ରଥମ ସପ୍ତାହରେ ପ୍ରାକ୍ଟିକାଲ ପରୀକ୍ଷା ହେବ।

ଆଗୁଆ ତାରିଖ ଘୋଷଣା କରାଯାଇଥିବାରୁ ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତି କରିବାକୁ ଅଧିକ ସମୟ ମିଳିବ ବୋଲି ପରିଷଦ ପକ୍ଷରୁ କୁହାଯାଇଛି।

Tags: #Education #Exam #+2Exam #CHSE

Comment