ଓଡ଼ିଶାଲାଇଭ୍ ବ୍ୟୁରୋ

(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଅଗ୍ନିକାଣ୍ଡ। ଶୁକ୍ରବାର ଦିନ ଡାକ୍ତରଖାନା ତୃତୀୟ ମହଲାରେ ଥିବା ପ୍ରସୂତୀ ବିଭାଗରେ ନିଆଁ ଲାଗି ଯାଇଥିଲା। ଡାକ୍ତରଖାନାର ସମସ୍ତ ରୋଗୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।

ଡାକ୍ତରଖାନାରେ ନିଆଁ ଲାଗିଥିବା ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ରୋଗୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ। ଡାକ୍ତରଖାନାରେ ଚିକିତ୍ସାଧୀନ ମହିଳା ଏବଂ ଶିଶୁମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଦୀର୍ଘ ୩ ଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯାଇଛି। ଏହି ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନଥିବା ଡାକ୍ତରଖାନା ପକ୍ଷରୁ ସୂଚନା ଦିଆଯାଇଛି।

ମୟୂରଭଞ୍ଜ ଏସପି ବି ଗଙ୍ଗାଧର, ବାରିପଦା ଏସଡିପିଓ ସୁଜିତ ପ୍ରଧାନ, ପୂର୍ବତନ ଉପବାଚସ୍ପତି ସାନନ୍ଦ ମାର୍ଣ୍ଡି ଓ ନଗରପାଳ କୃଷ୍ଣାନନ୍ଦ ମହାନ୍ତି ଡାକ୍ତରଖାନାରେ ପହଞ୍ଚି ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଜ୍ଞାନେନ୍ଦ୍ର ମହାନ୍ତିଙ୍କ ସହିତ ଘଟଣା ସମ୍ପର୍କରେ ଆଲୋଚନା କରିଛନ୍ତି।

Tags: #Fire #BaripadaHospital #Mayurbhanj #MaternityWard

Comment