ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର-ଓଡ଼ିଶା ତତ୍ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ। ଏହା ପ୍ରଭାବରେ ରାଜ୍ୟର ସବୁ ଜିଲ୍ଲାରେ ବର୍ଷା ଜାରି ରହିଛି। ଆଗାମୀ ୨ରୁ ୩ ଦିନ ପର୍ଯ୍ୟନ୍ତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା-ଉତ୍ତର ଛତିଶଗଡ଼ ମୁହାଁ ହେବାର ସମ୍ଭାବନା ରହିଥିବାରୁ ଆଗକୁ ରାଜ୍ୟରେ ବର୍ଷାର ପରିମାଣ ଆହୁରି ବଢ଼ିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସକ୍ରିୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୧୩ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଏବଂ ୧୭ଟି ଜିଲ୍ଲାକୁ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ବଲାଙ୍ଗୀର, କଳାହାଣ୍ଡି ଏବଂ କନ୍ଧମାଳ। ରାଜ୍ୟର ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନୂଆପଡ଼ା, ନବରଙ୍ଗପୁର ଏବଂ ମାଲକାନାଗିରି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ହାରାହାରି ୩୨.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ଵାଭାବିକ ବର୍ଷା ୧୨.୮ ମିଲିମିଟର ତୁଳନାରେ ୧୫ ପ୍ରତିଶତ ଅଧିକ ରହିଛି। ଏହି ବର୍ଷା ଫଳରେ ଗତ ୨ ପ୍ରତିଶ୍ ନିଅଣ୍ଟିଆ ବର୍ଷାର ଭରଣା ହୋଇଛି। କେନ୍ଦୁଝର ଜିଲ୍ଲାରେ ସର୍ବାଧିକ ୫୬.୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

Tags: #WeatherUpdates #WeatherReport #RainfallWarning #Odisha

Comment