ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୩ ତାରିଖରେ ଏକ ପୂର୍ଣ୍ଣିବଳୟ ସୃଷ୍ଟି ହେବ। ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ। ଏହା ପ୍ରଭାବରେ ଆସନ୍ତାକାଲି, ସେପ୍ଟେମ୍ବର ୨ ତାରିଖଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସେପ୍ଟେମ୍ବର ୨ ତାରିଖରେ ପ୍ରବଳ ବର୍ଷା ହେବା ନେଇ ୨୨ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ଵର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ଗଜପତି, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି।

ଆସନ୍ତା ୫ ଦିନ ପ୍ରବଳ ବର୍ଷା ହେବା ନେଇ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେପ୍ଟେମ୍ବର ୨ରୁ ୩ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଜଗପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ସେପ୍ଟେମ୍ବର ୩ରୁ ୪ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି ଏବଂ ଗଞ୍ଜାମ ଜିଲ୍ଲାକୁ ୟୋଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ସେପ୍ଟେମ୍ବର ୪ରୁ ୫ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କଟକ, ନୟାଗଡ଼, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।

ସେହିପରି ଆସନ୍ତା ସେପ୍ଟେମ୍ବର ୫ରୁ ୬ ତାରିଖ ପ୍ରବଳ ବର୍ଷା ପାଇଁ ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Tags: #Weather #WeatherUpdates #HeavyRainfallWarning #Odisha

Comment