ଓଡ଼ିଶାଲାଇଭ୍ ବ୍ୟୁରୋ

ଟୁଇନ ସିଟି ଭୁବନେଶ୍ଵର ଓ କଟକରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଲାଗି ରହିଛି। ଏହି ସମୟରେ ଘରୁ ନବାହାରିବା ଲାଗି ଦୁଇ ସହର ପାଇଁ ଆଲର୍ଟ ଜାରି କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୩ରୁ ୪ ତାରିଖ ମଧ୍ୟରେ ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ଵର, କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି ଏବଂ ଗଞ୍ଜାମ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ସେପ୍ଟେମ୍ବର ୪ରୁ ୫ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କଟକ, ନୟାଗଡ଼, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।

ସେହିପରି ଆସନ୍ତା ସେପ୍ଟେମ୍ବର ୫ରୁ ୬ ତାରିଖ ମଧ୍ୟରେ ପ୍ରବଳ ବର୍ଷା ପାଇଁ ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Tags: #Weather #WeatherUpdates #HeavyRainfallWarning #Odisha

Comment