ଓଡ଼ିଶାଲାଇଭ୍ ବ୍ୟୁରୋ

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ବର୍ତ୍ତମାନ ଦକ୍ଷିଣ-ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ର ମଧ୍ୟରେ ରହିଛି। ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତିପ୍ରବଳ ବର୍ଷା ହେବା ନେଇ ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ସେପ୍ଟେମ୍ବର ୬ରୁ ୭ ତାରିଖ ମଧ୍ୟରେ ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି।

ଆସନ୍ତା ସେପ୍ଟେମ୍ବର ୭ରୁ ୮ ତାରିଖ ମଧ୍ୟରେ ସୁନ୍ଦରଗଡ଼, ମୟୂରଭଞ୍ଜ, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ସୋନପୁର, ବରଗଡ଼, ଅନୁଗୁଳ, ବୌଦ୍ଧ, କଟକ, ବଲାଙ୍ଗୀର ଏବଂ ନୂଆପଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଆସନ୍ତା ୮ରୁ ୯ ତାରିଖ ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାକୁ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଏବଂ ବରଗଡ଼।

Tags: #Weather #WeatherUpdates #HeavyRainfallWarning #Odisha

Comment