ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବ ଯୋଗୁଁ ରାଜ୍ୟରେ ଆହୁରି ଦୁଇଦିନ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଅକ୍ଟୋବର ୮ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।

ଗୁରୁବାର ଦିନ ୧୮ଟି ଜିଲ୍ଲାକୁ ପ୍ରବଳ ବର୍ଷା ହେବାନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାଗୁଡ଼ିକ ହେଲା ମୟୁରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି।

ଆସନ୍ତା ୯ ତାରିଖ ପରେ ପାଗରେ ପରବର୍ତ୍ତନ ସହ ବର୍ଷାର ସମ୍ଭାବନା କମିବ ବୋଲି ଅକଳନ କରାଯାଇଛି। ଚଳିତ ମୌସୁମୀ ଋତୁରେ ୧୩ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। ସେପ୍ଟେମ୍ବର ମାସରେ ବର୍ଷାର ଭରଣା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି।

Tags: #Weather #WeatherUpdates #Rainfall Warning #YellowWarning #Odisha

Comment