ଓଡ଼ିଶାଲାଇଭ୍ ବ୍ୟୁରୋ

(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ୨୦୧୮ ମସିହାରେ ଘଟିଥିବା ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ମୟୂରଭଞ୍ଜ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ତଥା ସ୍ଵତନ୍ତ୍ର ପକ୍ସୋ କୋର୍ଟ ଅଭିଯୁକ୍ତ ସମରାୟ ହାଁସଦାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଦୋଷୀକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୫ ହଜାର ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି କୋର୍ଟ। ଅନ୍ୟ ପକ୍ଷରେ ପୀଡ଼ିତାଙ୍କୁ ୪ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବାକୁ ଜିଲ୍ଲା ଆଇନ ସହାୟତା ସଂସ୍ଥାକୁ କୋର୍ଟ ନିର୍ଦେଶ ଦେଇଛନ୍ତି। 

ଗତ ୨୦୧୮ ମସିହା ଜାନୁଆରି ୨୪ ତାରିଖ ସନ୍ଧ୍ୟାରେ ରାସଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ନାବାଳିକା ଶୌଚ ପାଇଁ ଯାଇଥିବାବେଳେ କୁମ୍ଭାରୀ ଗ୍ରାମର ସମରାୟ ହାଁସଦା ତାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ କରିଥିଲେ। ଏ ନେଇ ପୀଡ଼ିତାଙ୍କ ପରିବାର ଲୋକେ ରାସଗୋବିନ୍ଦପୁର ଥାନାରେ ଅଭିଯୋଗ କରିଥିଲେ। ପୋଲିସ୍ ଏକ ମାମଲା ରୁଜୁ କରି ଅଭିଯୁକ୍ତ ସମରାୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

Tags: #Mayurbhanj #RapeCase #Odisha #MinorGirlRapeCase

Comment