ଓଡ଼ିଶାଲାଇଭ୍ ବ୍ୟୁରୋ

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବାରୁ ଏହା ପ୍ରଭାବରେ ମଙ୍ଗଳବାର ଦିନଠାରୁ ଓଡ଼ିଶାରେ ପୁଣି ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ସେପ୍ଟେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ୟେଲୋ ଏବଂ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଦେବଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ସେପ୍ଟେମ୍ବର ୧୩ରୁ ୧୪ ତାରିଖ ମଧ୍ୟରେ ଅତିପ୍ରବଳ ବର୍ଷା ହେବା ନେଇ ରାଜ୍ୟର ୬ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ୧୫ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା କଟକ, ନୟାଗଡ଼, ଗଞ୍ଜାମ, ବୌଦ୍ଧ, କନ୍ଧମାଳ ଏବଂ କଳାହାଣ୍ଡି।

ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଦେବଗଡ଼, ସମ୍ବଲପୁର, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା ଏବଂ ଗଜପତି ଜିଲ୍ଲାକୁ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେପ୍ଟେମ୍ବର ୧୪ରୁ ୧୫ ତାରିଖ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାକୁ ଅତିପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, ରାୟଗଡ଼ା, ଗଜପତି, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Tags: #RainfallWarning #Weather #WeatherUpdates #Odisha #YellowWarning #OrangeWarning

Comment