ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଥିବାରୁ ଏହା ପ୍ରଭାବରେ ଓଡ଼ିଶାରେ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଏବଂ ବଲାଙ୍ଗୀର ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ରେଡ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ସେହିପରି ବରଗଡ଼, ସମ୍ବଲପୁର, ଅନୁଗୁଳ, କଟକ, ନୟାଗଡ଼, ଗଞ୍ଜାମ, ନବରଙ୍ଗପୁର ଏବଂ ନୂଆପଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ଝାରସୁଗୁଡ଼ା, ଦେବଗଡ଼, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେପ୍ଟେମ୍ବର ୧୪ରୁ ୧୫ ତାରିଖ ମଧ୍ୟରେ ବରଗଡ଼, ସମ୍ବଲପୁର, ବୌଦ୍ଧ, ସୋନପୁର, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗୀର ଏବଂ ନବରଙ୍ଗପୁର ଜିଲ୍ଲାକୁ ଅତିପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୁଳ, କଟକ, ନୟାଗଡ଼, ରାୟଗଡ଼ା, ଗଜପତି, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ସେହିପରି ଆସନ୍ତା ସେପ୍ଟେମ୍ବର ୧୫ରୁ ୧୬ ତାରିଖ ମଧ୍ୟରେ ପ୍ରବଳ ବର୍ଷା ପାଇଁ ୭ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ୧୭ ତାରିଖ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Tags: #weather #weatherupdates #rainfallwarning #Odisha

Comment