ଓଡ଼ିଶାଲାଇଭ୍ ବ୍ୟୁରୋ

ମହାନଦୀର ଉପରମୁଣ୍ଡରେ ବର୍ଷା ଜାରି ରହିଥିବାରୁ ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଗୁରୁବାର ସକାଳ ସମୟରେ ହୀରାକୁଦର ୮ଟି ଗେଟ୍ ଖୋଲାଯାଇଥିବାବେଳେ ମଧ୍ୟାହ୍ନରେ ଆଉ ୪ଟି ଗେଟ୍ ଖୋଲାଯାଇଛି।

ଏହା ପୂର୍ବରୁ ବୁଧବାର ଅପରାହ୍ଣ ୪ଟା ବେଳେ ୨ଟି ଗେଟ୍ ଖୋଲାଯାଇଥିଲା। ବର୍ତ୍ତମାନ ୧୪ଟି ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ଜଳ ନିଷ୍କାସିତ ହେଉଛି। ବନ୍ୟା ହେବାର ସମ୍ଭାବନା ନଥିବା କହିଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତରଞ୍ଜନ ମହାନ୍ତି।

ଏହା ପୂର୍ବରୁ ଗତ ଜୁଲାଇ ୨୨ ତାରିଖରେ ହୀରାକୁଦର ୫ଟି ଗେଟ ଖୋଲାଯାଇ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଥିଲା। ଏହା ପରେ ପର୍ଯ୍ୟାୟ କ୍ରମେ ଗତ ଅଗଷ୍ଟ ୫ ତାରିଖ ସୁଦ୍ଧା ୧୭ଟି ଗେଟ୍ ଖୋଲାଯାଇଥିଲା। ପରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର କମିବାରୁ ସମସ୍ତ ଗେଟ୍ ବନ୍ଦ କରାଯାଇଥିଲା।

Tags: #hirakuddam #hirakuddamgate #rainfallwarning #odisha

Comment