ଓଡ଼ିଶାଲାଇଭ୍ ବ୍ୟୁରୋ

  • ଭୁବନେଶ୍ଵର ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ବୈଠକ
  • ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟକୁ ମିଳିପାରେ ଅନୁମୋଦନ
  • ବିଭିନ୍ନ ବିଭାଗର ଏକାଧିକ ପ୍ରସ୍ତାବ ମଞ୍ଜୁର ହେବାର ସମ୍ଭାବନା

ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ଵପୂର୍ଣ୍ଣ ବୈଠକ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଯାଉଛି। ଭୁବନେଶ୍ଵରସ୍ଥିତ ଲୋକସେବା ଭବନରେ ହେବାକୁ ଥିବା ଏହି ବୈଠକରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ।

ଗୁରୁବାର କ୍ୟାବିନେଟ ବୈଠକରେ ପ୍ରାୟ ୨୦ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟର ଚିଠା ପ୍ରସ୍ତାବକୁ ଅନୁମୋଦନ ମିଳିପାରେ। ସେହିପରି ବିଭିନ୍ନ ବିଭାଗର ଏକାଧିକ ପ୍ରସ୍ତାବକୁ ମଞ୍ଜୁର କରାଯିବାର ସମ୍ଭାବନା ରହିଛି।

୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ କ୍ୟାବିନେଟରୁ ପାରିତ ହେବାପରେ ଏହାକୁ ମନ୍ତ୍ରୀ ପରିଷଦର ମଧ୍ୟ ଅନୁମୋଦନ ମିଳିବାର ସମ୍ଭାବନା ରହିଛି।

ଆସନ୍ତା ସେପ୍ଟେମ୍ବର ୨୧ ତାରିଖରେ ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ ହେବ। ସେପ୍ଟେମ୍ବର ୨୨ ତାରିଖରୁ ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ମୌସୁମୀ ଅଧିବେଶନ ଚାଲିବ। ଏହା ପୂର୍ବରୁ ଶୁକ୍ରବାର ବସୁଥିବା ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ ଉପରେ ସମସ୍ତଙ୍କ ନଜର ରହିଛି।

Tags: #StateCabinetMeeting #AdditionalBudget #LoksebaBhaban #Bhubaneswar #Odisha

Comment