ଓଡ଼ିଶାଲାଇଭ୍ ବ୍ୟୁରୋ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କର ଶନିବାର ପରଲୋକ ହୋଇଛି। ଦିଲ୍ଲୀସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ହେଲା ସେ ଅସୁସ୍ଥ ଥିଲେ।

ସ୍ଵର୍ଗତ ବିଜୁ ପଟ୍ଟନାୟକଙ୍କ ଏକମାତ୍ର ଝିଅ ଗୀତା ମେହେଟ୍ଟା ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିଲେ। ଦୀର୍ଘ ୪୦ ବର୍ଷର ସାହିତ୍ୟ ଜୀବନରେ ସେ ଅନେକ ଉଲ୍ଲେଖନୀୟ ପୁସ୍ତକ ରଚନା କରିଛନ୍ତି।

ସାହିତ୍ୟ ଏବଂ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗତ ୨୦୧୯ ମସିହାରେ ଗୀତା ମେହେଟ୍ଟାଙ୍କ ନାମ ପଦ୍ମଶ୍ରୀ ପୁରସ୍କାର ପାଇଁ ଘୋଷଣା କରାଯାଇଥିଲା। କିନ୍ତୁ ସେ ଏହାକୁ ପ୍ରତ୍ୟାଖ୍ୟାନ କରି ଦେଇଥିଲେ।

୨୦୧୯ ମସିହାରେ ତାଙ୍କ ସ୍ୱାମୀ ସୋନୀ ମେହେଟ୍ଟାଙ୍କର ପରଲୋକ ହୋଇଥିଲା।

Comment