ଓଡ଼ିଶାଲାଇଭ୍ ବ୍ୟୁରୋ

କଟକ ଜିଲ୍ଲା ଆଠଗଡ଼ ତିଗିରିଆ ଥାନା ଅନ୍ତର୍ଗତ ନୂଆସଡ଼କ ଛକଠାରେ ସୋମବାର ଦିନ କାର-ଟ୍ରକ୍ ମୁହାଁମୁହିଁ ଧକ୍କା ହେବାରୁ ୪ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଜଣେ ଯୁବକଙ୍କୁ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

ସୋମବାର ଦିନ ତିଗିରିଆ ଥାନା ଅନ୍ତର୍ଗତ ବିନ୍ଧାଣିମା ଗାଁର ୩ ଜଣ ଏବଂ ନୂଆପାଟଣା ଅଞ୍ଚଳର ଦୁଇ ଜଣ ଯୁବକ ଗୋଟିଏ କାରରେ ଯାଉଥିଲେ। ଏହି ସମୟରେ ନୂଆସଡ଼କ ଛକଠାରେ ସାମ୍ନା ପଟୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ସହ କାରଟିର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ୪ ଜଣଙ୍କର ମୃତ୍ୟୁ ହୋଇଥିଲା।

ଜଣେ ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ଆଠଗଡ଼ ଉପଖଣ୍ଡ ଚିକିତ୍ସାଳୟ ଏବଂ ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

Tags: #Cuttack #Accident #Death #Athagarh #CarTruckAccident

Comment