ଓଡ଼ିଶାଲାଇଭ୍ ବ୍ୟୁରୋ

ଆଗାମୀ ୪୮ ଘଣ୍ଟା ମଧ୍ୟରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ରାଜ୍ୟରେ ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ସେପ୍ଟେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତା ସେପ୍ଟେମ୍ବର ୧୯ରୁ ୨୦ ତାରିଖ ମଧ୍ୟରେ ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଯାଜପୁର, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ବାଲେଶ୍ଵର, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଏବଂ ବୌଦ୍ଧ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ଆସନ୍ତା ସେପ୍ଟେମ୍ବର ୨୦ରୁ ୨୧ ତାରିଖ ମଧ୍ୟରେ ବର୍ଷାର ପରିମାଣ ବଢ଼ିବା ନେଇ ୯ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ଅନୁଗୁଳ, ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ ଏବଂ କଳାହାଣ୍ଡି। ଏହା ସହିତ ସୁନ୍ଦରଗୁଡ଼, ଝାରସୁଗୁଡ଼ା, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଗଞ୍ଜାମ ଏବଂ ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତା ସେପ୍ଟେମ୍ବର ୨୧ରୁ ୨୨ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା ଏବଂ କଳାହାଣ୍ଡି ଜିଲ୍ଲାକୁ ଅତିପ୍ରବଳ ବର୍ଷା ପାଇଁ ଆରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
Tags: #Weather #WeatherUpdates #Rainfallwarning #Odisha

















