ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୫ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଯାଜପୁର, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ବାଲେଶ୍ଵର, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଏବଂ ବୌଦ୍ଧ।

ଲଘୁଚାପ ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।

ଆସନ୍ତା ସେପ୍ଟେମ୍ବର ୨୦ରୁ ୨୧ ତାରିଖ ମଧ୍ୟରେ ବର୍ଷାର ପରିମାଣ ବଢ଼ିବା ନେଇ ୯ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ଅନୁଗୁଳ, ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ ଏବଂ କଳାହାଣ୍ଡି। ଏହା ସହିତ ସୁନ୍ଦରଗୁଡ଼, ଝାରସୁଗୁଡ଼ା, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଗଞ୍ଜାମ ଏବଂ ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଆସନ୍ତା ସେପ୍ଟେମ୍ବର ୨୧ରୁ ୨୨ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା ଏବଂ କଳାହାଣ୍ଡି ଜିଲ୍ଲାକୁ ଅତିପ୍ରବଳ ବର୍ଷା ପାଇଁ ଆରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Tags: #Weather #WeatherUpdates #Rainfallwarning #Odisha

Comment