ଓଡ଼ିଶାଲାଇଭ୍ ବ୍ୟୁରୋ

କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ରାଷ୍ଟ୍ରପତିଙ୍କ ସମେତ ଓଡ଼ିଶାର ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା

କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ପଶ୍ଚିମ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, “କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ସମସ୍ତ ଦେଶବାସୀ, ବିଶେଷକରି ଓଡ଼ିଶାବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା। ଧାନ ଅମଳର ଆନନ୍ଦ ଉଲ୍ଲାସ ଭିତରେ ଏହି ପର୍ବ ପାଳିତ ହୋଇଥାଏ। ଏହି ପର୍ବ ଆମକୁ ଭାଇଚାରା ଏବଂ ପାରସ୍ପରିକ ସୌହାର୍ଦ୍ଦ୍ୟର ବାର୍ତ୍ତା ଦେଇଥାଏ। ଏହି ଶୁଭ ଅବସରରେ ମୁଁ ଦେଶ ତଥା ଦେଶବାସୀଙ୍କ ସୁଖ ସମୃଦ୍ଧି ପାଇଁ ଭଗବାନଙ୍କୁ ପ୍ରାର୍ଥନା କରୁଛି”।

ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ କହିଛନ୍ତି, “ଶାନ୍ତି, ମୈତ୍ରୀ ଓ ଆନନ୍ଦର ପବିତ୍ର ପରମ୍ପରା ଓ ପର୍ବ ‘ନୂଆଁଖାଇ’ ଅବସରରେ ରାଜ୍ୟବାସୀ ବିଶେଷ କରି ପଶ୍ଚିମଓଡ଼ିଶାର ଭାଇଭଉଣୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ”। ଏହି ଅବସରରେ ମା’ ସମଲେଇଙ୍କୁ ପ୍ରାର୍ଥନା କରି ସମସ୍ତଙ୍କ ସମୃଦ୍ଧି କାମନା କରିଛନ୍ତି।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଟୁଇଟରରେ ଲେଖିଛନ୍ତି, “କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଶୁଭକାମନା। ମା’ ସମଲେଶ୍ୱରୀଙ୍କ ଆଶୀର୍ବାଦରୁ ଆପଣଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ”।

Tags: #nuakhai #nuakhaijuhar #maasamaleswari #westernodisha

Comment