ଓଡ଼ିଶାଲାଇଭ୍ ବ୍ୟୁରୋ

ଭାରତ ସରକାରଙ୍କ ଗୃହ ବିଭାଗ ଅଧିନସ୍ଥ ଦିଲ୍ଲୀ ପୋଲିସରେ ‘କନଷ୍ଟେବଳ’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଦିଲ୍ଲୀ ପୋଲିସ ବିଭିନ୍ନ ବିଭାଗରେ ଖାଲିଥିବା ୭,୫୪୭ଟି କନଷ୍ଟେବଳ ପଦବୀ ପୂରଣ ପାଇଁ ଷ୍ଟାଫ୍ ସିଲେକ୍ସନ କମିଶନ (ଏସଏସସି) ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।

ଦିଲ୍ଲୀ ପୋଲିସର ଏହି ‘କନଷ୍ଟେବଳ’ ପଦବୀ ପାଇଁ ଭାରତର ବିଭିନ୍ନ ରାଜ୍ୟରେ ପରୀକ୍ଷା କରାଯିବ। ଏଥିପାଇଁ ହେବାକୁ ଥିବା ପରୀକ୍ଷା ପାଇଁ ଏବେ ଅନଲାଇନ ଆବେଦନ ଜାରି ରହିଛି। ସେପ୍ଟେମ୍ବର ୩୦ ଆବେଦନର ଶେଷ ତାରିଖ।

ଆପଣମାନେ ଏହିସବୁ ପଦବୀ ପାଇଁ ଆବେଦନ କରିବାକୁ ଚାହୁଁଛନ୍ତି, ଜାଣନ୍ତୁ କେମିତି କରିବେ ଆବେଦନ।

ପଦବୀ ସଂଖ୍ୟା

  • କନଷ୍ଟେବଳ (ମୋଟ ପଦବୀ) – ୭,୫୪୭
  • ପୁରୁଷ – ୪,୪୫୩
  • ମହିଳା – ୨,୪୯୧
  • ଏକ୍ସ ସର୍ଭିସମ୍ୟାନ – ୬୦୩

ଯୋଗ୍ୟତା

  • ସମସ୍ତ ପ୍ରାର୍ଥୀ ଭାରତୀୟ ନାଗରିକ ହୋଇଥିବା ଆବଶ୍ୟକ
  • ପ୍ରାର୍ଥୀମାନଙ୍କ ବୟସ ୧୮ ରୁ ୨୫ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ
  • ପ୍ରାର୍ଥୀମାନେ ଅତି କମରେ ଯୁକ୍ତ ୨ ପାସ କରିଥିବା ଆବଶ୍ୟକ

କନଷ୍ଟେବଳ ପଦବୀ ପାଇଁ ଆବେଦନ କରୁଥିବା ପ୍ରାର୍ଥୀମାନଙ୍କ ଶାରୀରିକ ମାନଦଣ୍ଡକୁ ଧାର୍ଯ୍ୟ କରାଯାଇଛି। ଏହାର ଅଧିକ ସୂଚନା ଏସଏସସିର ୱେବସାଇଟରେ ଉପଲବ୍ଧ। ଏହାଛଡ଼ା ଅନୁସୂଚିତ ଜାତି, ଜନଜାତି ଓ ପଛୁଆ ବର୍ଗର ପ୍ରାର୍ଥୀମାନଙ୍କୁ ବୟସ ସୀମାରେ ଛାଡ଼ ମିଳିବ।

ଚୟନ ପ୍ରକ୍ରିୟା  

  • ପ୍ରଥମେ ପ୍ରାର୍ଥୀମାନଙ୍କୁ ଏକ ପ୍ରବେଶିକ ପରୀକ୍ଷା ଦେବାକୁ ହେବ
  • ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ପ୍ରାର୍ଥୀମାନଙ୍କ ମେଡିକାଲ ଭେରିଫିକେସନ କରାଯିବ
  • ଏଥିରେ ଚୟନ ହୋଇଥିବା ପ୍ରାର୍ଥୀମାନଙ୍କର ଶାରୀରିକ ପରୀକ୍ଷା କରାଯିବ
  • ଶେଷରେ ପଦବୀ ପାଇଁ ଚୟନ ପ୍ରାର୍ଥୀମାନଙ୍କ ଅନ୍ତିମ ତାଲିକା ଏସଏସସିର ୱେବସାଇଟରେ ବାହାରିବ

କେମିତି କରିବେ ଆବେଦନ

  • ଏସଏସସିର ୱେବସାଇଟ୍ ssc.nic.in କୁ ଯାଆନ୍ତୁ
  • ୱେବସାଇଟ୍  ଭିତରେ ‘କ୍ୟାରିୟର’ ଅପ୍ସକୁ କ୍ଲିକ କରନ୍ତୁ
  • ଏହାପରେ ସେଠାରେ ନିଜର ରେଜିଷ୍ଟ୍ରେସନ କରନ୍ତୁ
  • ରେଜିଷ୍ଟ୍ରେସନ ପରେ ‘ଲଗ ଇନ’ କରି ପଦବୀ ପାଇଁ ଫର୍ମ ପୂରଣ କରନ୍ତୁ
  • ଫର୍ମ ପୂରଣ ସମୟରେ ନିଜର ପାଖ ଅଞ୍ଚଳରେ ଥିବା ପରୀକ୍ଷା କେନ୍ଦ୍ରକୁ ବାଛନ୍ତୁ
  • ଶେଷରେ ପୂରଣ କରିଥିବା ଫର୍ମର ଏକ ପ୍ରିଣ୍ଟ ଆଉଟ ରଖନ୍ତୁ

ଏହି କନଷ୍ଟେବଳ ପଦବୀ ପରୀକ୍ଷା ପାଇଁ ସାଧରଣ ବର୍ଗର ପ୍ରାର୍ଥୀମାନଙ୍କୁ ୧୦୦ ଟଙ୍କା ଆବେଦନ ଶୁଳ୍କ ଦେବାକୁ ପଡ଼ିବ। ଅନ୍ୟପଟେ ମହିଳା, ଅନୁସୂଚିତ ଜାତି, ଜନଜାତି ଓ ଅନ୍ୟ ବର୍ଗର ପ୍ରାର୍ଥୀମାନଙ୍କ ପାଇଁ ଆବେଦନ ଶୁଳ୍କ ଛାଡ଼ କରାଯାଇଛି।

ଏହି ପଦବୀ ପାଇଁ କେବେ ପରୀକ୍ଷା କରାଯିବ ସେ ନେଇ ଏସଏସସି ପକ୍ଷରୁ ଆଗକୁ ସୂଚନ ଦିଆଯିବ। ଏହି ପଦବୀ ଓ ପରୀକ୍ଷା ସମ୍ବନ୍ଧୀୟ ଅଧିକ ସୂଚନା ଏସଏସସିର ୱେବସାଇଟରେ ଉପଲବ୍ଧ।

Tags: #SSC #DelhiPolice #ConstableJobs #EmploymentOpportunity #India

Comment