ଓଡ଼ିଶାଲାଇଭ୍ ବ୍ୟୁରୋ

ପୁଣି ଭିଜିବ ଓଡ଼ିଶା। ଆଗାମୀ ୫ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରି।

ସେହିପରି ସେପ୍ଟେମ୍ବର ୨୮ରୁ ୨୯ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଅନୁଗୁଳ, କନ୍ଧମାଳ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରିରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏହା ସହ ସେପ୍ଟେମ୍ବର ୨୯ରୁ ୩୦ ତାରିଖ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ବୌଦ୍ଧ, କନ୍ଧାମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରି ପାଣିପାଗ କେନ୍ଦ୍ର।

ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୧ ତାରିଖ ମଧ୍ୟରେ ବର୍ଷାର ପରିମାଣ ବଢ଼ିବା ନେଇ ଆକଳନ କରାଯାଇଛି। ଏହି ସମୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ, ଗଜପତି, ବୌଦ୍ଧ, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Tags: #Weather #WeatherUpdates #RainfallWarning #Odisha

Comment