ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଥିବାରୁ ଏହା ପ୍ରଭାବରେ ଓଡ଼ିଶାରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ ଏବଂ ଢେଙ୍କାନାଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ହେବା ନେଇ ଆରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ଅକ୍ଟୋବର ୧ ତାରିଖରୁ ବର୍ଷାର ପରିମାଣ ବଢ଼ିବ ବୋଲି ଆକଳନ କରାଯାଇଛି। ଅକ୍ଟୋବର ୧ରୁ ୨ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର ଏବଂ ବଲାଙ୍ଗୀର ଜଲ୍ଲାରେ ଅତିପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବାଲେଶ୍ଵର, ଭଦ୍ରକ, ଢେଙ୍କାନାଳ, ଯାଜପୁର, ଖୋର୍ଦ୍ଧା, କଟକ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା ଏବଂ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଆସନ୍ତା ଅକ୍ଟୋବର ୨ରୁ ୩ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ ଏବଂ ସୋନପୁର ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟୋଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଏହା ସହ ଆସନ୍ତା ଅକ୍ଟୋବର ୩ରୁ ୪ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ସୋନପୁର, ବୌଦ୍ଧ, ବଲାଙ୍ଗୀର ଏବଂ ନୂଆପଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Tags: #Weather #WeatherUpdates #RainfallWarning #Odisha

Comment