ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଥିବାରୁ ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି। ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ରାଜ୍ୟର ୧୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଏବଂ ୬ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ବୌଦ୍ଧ ଏବଂ ବଲାଙ୍ଗୀର। ସେହିପରି ଆରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, ବରଗଡ଼, ସୋନପୁର ଏବଂ ଅନୁଗୁଳ।

ସେହିପରି ଅକ୍ଟୋବର ୩ରୁ ୪ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ ଏବଂ ଯାଜପୁର ଜିଲ୍ଲାକୁ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏହା ସହ ଆସନ୍ତା ଅକ୍ଟୋବର ୪ରୁ ୫ ତାରିଖ ମଧ୍ୟରେ ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଅଞ୍ଚଳିକ ପାଣିପାଗ କେନ୍ଦ୍ର।

Comment