ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଅନୁରାଗ ଠାକୁର ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଦୁଇ କେନ୍ଦ୍ରମନ୍ତ୍ରୀ। ମଙ୍ଗଳବାର କେନ୍ଦ୍ର ସୂଚନା ଓ ପ୍ରସାରଣ ତଥା କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଅନୁରାଗ ଠାକୁର ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ଦଳ ତରଫରୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।

ଦଳୀୟ କାର୍ଯ୍ୟକ୍ରମ ସହ ଦୁଇଟି ପ୍ରତିଷ୍ଠିତ ଖବରକାଗଜ ‘ସମ୍ବାଦ’ ଓ ‘ପ୍ରଜାତନ୍ତ୍ର’ର ବାର୍ଷିକ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଉଭୟ କେନ୍ଦ୍ରମନ୍ତ୍ରୀ ‘ସମ୍ବାଦ’ର ୪୦ ତମ ବାର୍ଷିକ ଉତ୍ସବ ଓ ‘ପ୍ରଜାତନ୍ତ୍ର’ ପ୍ରକାଶନର ଶହେ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେବେ।

ପ୍ରଥମେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇଥିଲେ ଉଭୟ କେନ୍ଦ୍ରମନ୍ତ୍ରୀ। ଏହାପରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ‘ମୋ ଦେଶ ମୋ ମାଟି’ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।

Tags: #AnuragThakur #DharmendraPradhan #MeriMaatiMeraDesh #OdishaVisit #Bhubaneswar

Comment