ଓଡ଼ିଶାଲାଇଭ୍ ବ୍ୟୁରୋ

କୃଷି ଓ କୃଷକ ସଶକ୍ତିକରଣ ବିଭାଗ ସଚିବ ଡକ୍ଟର ଅରବିନ୍ଦ କୁମାର ପାଢ଼ୀ ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇଛନ୍ତି। ଦୁଇ ଦିନ ତଳେ କ୍ୟାପିଟାଲ ହସ୍ପିଟାଲରେ ସେ ରକ୍ତ ନମୁନା ପରୀକ୍ଷା କରାଇଥିଲେ। ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ବର୍ତ୍ତମାନ ସେ ଘରେ ରହି ଚିକିତ୍ସିତ ହେଉଛନ୍ତି। ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି। କୃଷି ସଚିବ ସ୍କ୍ରବ ଟାଇଫସରେ ଆକ୍ରାନ୍ତ ନେଇ କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ବଢ଼ିବାରେ ଲାଗିଛି ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା। କେବଳ ଗ୍ରାମାଞ୍ଚଳ ନୁହେଁ, ସହରାଞ୍ଚଳକୁ ବି ଏହା ବ୍ୟାପିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୨ ହଜାର ୭୭ ଜଣଙ୍କର ସ୍କ୍ରବ ଟାଇଫସ ନମୁନା ପରୀକ୍ଷା ହୋଇଥିବାବେଳେ ୨ ହଜାର ୮ ଶହ ୨୦ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। 

ବରଗଡ଼, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର ଜିଲ୍ଲା ସହ ବୁର୍ଲା ମେଡିକାଲ ଯାଇ ସ୍କ୍ରବ ଟାଇଫସ ସମୀକ୍ଷା କରିଛନ୍ତି କେନ୍ଦ୍ରୀୟ ଟିମ।

Tags: #health #odisha #healthdepartment #i&pr #arabindakpadhee

LEAVE A REPLY

Please enter your comment!
Please enter your name here