ଓଡ଼ିଶାଲାଇଭ୍ ବ୍ୟୁରୋ

ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ଏବଂ ଏଏସଆଇ ଆଲିସା ଲୁଗୁନଙ୍କ ମୃତ୍ୟୁକୁ ନେଇ ସନ୍ଦେହ ବଢ଼ିବାକୁ ଲାଗିଛି। ଗୋଟିଏ ଅଞ୍ଚଳର ଦୁଇ ଦୁଇ ଜଣ ମହିଳା ଅଧିକାରୀଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଥିଲେ ମଧ୍ୟ ଏଯାଏଁ ମୃତ୍ୟୁର କାରଣ ଖୋଜି ପାଉନି ପୋଲିସ।

ଦୁଇ ଅଧିକାରୀଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ଦାବି କରି ଗୁରୁବାର ଦିନ ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ ଡାକରା ଦିଆଯାଇଛି। ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି କରିଛି ବିଜେପି।

ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମାନସିକ ଚାପରେ ରହିଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କାହିଁକି ପଦକ୍ଷେପ ନିଆଗଲା ନାହିଁ ଏବଂ ତାଙ୍କୁ କାହିଁକି ସୁରକ୍ଷା ଦିଆଗଲା ନାହିଁ ବୋଲି ପ୍ରଶ୍ନ କରିଛନ୍ତି ବିଜେପି ସାଂସଦ ଜୁଏଲ ଓରାମ। ରାଜ୍ୟରେ ଅନୁସୂଚିତ ଜାତି ଓ ଜନଜାତିଙ୍କ ବିରୋଧରେ ଅତ୍ୟାଚାର ବୃଦ୍ଧି ପାଇବା ସହ ସେମାନେ ହିଂସାର ଶିକାର ହେଉଛନ୍ତି ବୋଲି ଜୁଏଲ ଓରାମ ଅଭିଯୋଗ କରିଛନ୍ତି।

ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ଏବଂ ଏଏସଆଇ ଆଲିସା ଲୁଗୁନଙ୍କ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ କରିବାକୁ ବିଜେପି ପକ୍ଷରୁ ଦାବି ହୋଇଛି।

ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ମାମଲାରେ ବୁଧବାର ଦିନ ଗୁରୁଣ୍ଡିଆ ବିଡିଓ ଏବଂ ସିଡିପିଓଙ୍କୁ ପଚରା ଉଚରା କରିଥିଲେ ତଦନ୍ତକାରୀ ଅଧିକାରୀ।

Comment