ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶା ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ୧,୦୬୫ଟି ଅଧ୍ୟାପକ ପଦବୀ ପାଇଁ ନିଯୁକ୍ତି ସୁଯୋଗ ରହିଛି। ଏଥିରେ ପ୍ରାର୍ଥୀମାନଙ୍କୁ ରାଜ୍ୟର ଅନେକ ସରକାରୀ ଅନୁଦାନପ୍ରାପ୍ତ କଲେଜରେ ବିଭିନ୍ନ ବିଷୟ ପାଇଁ ଅଧ୍ୟାପକ ପଦବୀରେ ନିଯୁକ୍ତି ମିଳିବ।

ଏହି ପଦବୀ ପାଇଁ ହେବାକୁ ଥିବା ପରୀକ୍ଷା ଲାଗି ଏବେ ରାଜ୍ୟ ଚୟନ ବୋର୍ଡ (ଏସଏସବି) ପକ୍ଷରୁ ଅନଲାଇନ ଆବେଦନ ଜାରି ରହିଛି। ଅକ୍ଟୋବର ୧୩ ତାରିଖ ଯାଏଁ ଆବେଦନ ପ୍ରକ୍ରିୟା ଚାଲିବ।

ଯଦି ଆପଣମାନେ ଏହି ପଦବୀ ପାଇଁ ଆବେଦନ କରିବାକୁ ଚାହୁଁଛନ୍ତି, ଜାଣନ୍ତୁ କେମିତି କରିବେ ଆବେଦନ।

ପଦବୀ ସଂଖ୍ୟା

  • ଅଧ୍ୟାପକ (ବିଭିନ୍ନ ବିଭାଗ) – ୧,୦୬୫ (ମୋଟ ପଦବୀ)

ଯୋଗ୍ୟତା

  • ପ୍ରାର୍ଥୀମାନଙ୍କ ବୟସ ୨୧ ବର୍ଷରୁ ୪୨ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ
  • ଅଧ୍ୟାପକ ପାଇଁ ଆବେଦନ କରୁଥିବା ବିଷୟରେ ପୋଷ୍ଟ ଗ୍ରାଜୁଏସନ ପାସ କରିଥିବା ଆବଶ୍ୟକ
  • ସେମାନଙ୍କ ପୋଷ୍ଟ ଗ୍ରାଜୁଏସନରେ ଅତିକମରେ ୫୫ ପ୍ରତିଶତ ନମ୍ବର ଥିବା ଆବଶ୍ୟକ

ଚୟନ ପ୍ରକ୍ରିୟା

  • ଅଧ୍ୟାପକ ପଦବୀ ପାଇଁ ପ୍ରଥମେ ଲିଖିତ ପରୀକ୍ଷା ଓ ଇଣ୍ଟରଭ୍ୟୁ କରାଯିବ
  • ଲିଖିତ ପରୀକ୍ଷା, କ୍ୟାରିୟର ନମ୍ବର ଓ ଇଣ୍ଟରଭ୍ୟୁର ମାର୍କ ଆଧାରରେ ପ୍ରାର୍ଥୀମାନଙ୍କ ଚୟନ କରାଯିବ
  • ମେରିଟ ଲିଷ୍ଟ ଅଧାରରେ ଚୟନ ହୋଇଥିବା ପ୍ରାର୍ଥୀମାନଙ୍କୁ ଅଧ୍ୟାପକ ଭାବେ ନିଯୁକ୍ତି ମିଳିବ

କେମିତି କରିବେ ଆବେଦନ

  • ଏସଏସବିର ୱେବସାଇଟ୍ ssbodisha.ac.in କୁ ଯାଆନ୍ତୁ
  • ୱେବସାଇଟ୍ ଭିତରେ ଆପ୍ଲାଏ ଅନଲାଇନ ଅପ୍ସନକୁ କ୍ଲିକ କରନ୍ତୁ
  • ଏହାପରେ ସେଠାରେ ଲଗ ଇନ କରି ପଦବୀ ପାଇଁ ଫର୍ମ ପୂରଣ କରନ୍ତୁ
  • ଶେଷରେ ପୂରଣ କରିଥିବା ଫର୍ମର ଏକ ପ୍ରିଣ୍ଟ ଆଉଟ ରଖନ୍ତୁ

ଏହି ସବୁ ଅଧ୍ୟାପକ ପଦବୀ ପାଇଁ କେବେ ପରୀକ୍ଷା କରାଯିବ ସେ ନେଇ ଏସଏସବି ପକ୍ଷରୁ ଆଗକୁ ସୂଚନା ଦିଆଯିବ। ଏହି ପଦବୀ ଓ ପରୀକ୍ଷା ସମ୍ବନ୍ଧୀୟ ଅଧିକ ସୂଚନା ଏସଏସବିର ୱେବସାଇଟରେ ଉପଲବ୍ଧ।

Tags: #LecturerPosts #Colleges #Employment #Careers #HigherEducation #Odisha

Comment