ଓଡ଼ିଶାଲାଇଭ୍ ବ୍ୟୁରୋ

୭୮ ବର୍ଷ ବୟସରେ ପାଦ ଥାପିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିକଟରେ ବଡ଼ ଉଭଣୀ ଗୀତା ମେହେଟାଙ୍କର ବିୟୋଗ ଘଟିଥିବାରୁ ଚଳିତ ବର୍ଷର ଜନ୍ମଦିନ ପାଳନ କରିନାହାନ୍ତି ନବୀନ ପଟ୍ଟନାୟକ।

ଜନ୍ମଦିନ ଅବସରରେ ନବୀନ ପଟ୍ଟନାୟକଙ୍କ ପାଖକୁ ବିଭିନ୍ନ ମହଲରୁ ଛୁଟିଛି ଶୁଭେଚ୍ଛାର ସୁଅ। ମୁଖ୍ୟମନ୍ତ୍ରୀଙ୍କୁ ସୋସିଆଲ ମିଡିଆରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇବା ସହ ମୁଖ୍ୟମନ୍ତ୍ରୀଙ୍କର ସୁସ୍ଥ ଏବଂ ଦୀର୍ଘ ଜୀବନ କାମନା କରିଛନ୍ତି। ଶୁଭେଚ୍ଛା ବାର୍ତ୍ତା ପରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ସେହିପରି ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନ, ମେଘାଳୟ ମୁଖ୍ୟମନ୍ତ୍ରୀ କନରାଡ ସାଙ୍ଗମା, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵ ଶର୍ମା, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ଵାନ, ଲୋକସଭାର ବାଚସ୍ପତି ଓମ ବିର୍ଲା, ସାଉଥ ସୁପରଷ୍ଟାର କମଲ ହାସନ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ପ୍ରମୁଖ ବହୁ ବରିଷ୍ଠ ରାଜନେତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କ ଦୀର୍ଘ ଜୀବନ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ବାର୍ତ୍ତା ପାଇବା ପରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇବା ଲାଗି କେହି ନବୀନ ନିବାସ ନଆସିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଥିବା ସିଏମଓ ପକ୍ଷରୁ କୁହାଯାଇଥିଲା।

Tags: #CMNaveenpatnaik #cmodisha #Birthday #BirthdayGreetings #Odisha #PMNarendraModi

LEAVE A REPLY

Please enter your comment!
Please enter your name here