ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆହୁରି ଘନୀଭୂତ ହୋଇ ଅକ୍ଟୋବର ୨୩ ସୁଦ୍ଧା ଅବପାତରେ ପରିଣତ ହେବାର ସମ୍ଭାବନା ରହିଥିବା ଆକଳନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଏହା ପ୍ରଭାବରେ ଆସନ୍ତା ଅକ୍ଟୋବର ୨୪ ତାରିଖରେ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ଅକ୍ଟୋବର ୨୫ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବା ନେଇ ଆକଳନ କରାଯାଇଛି। ଅକ୍ଟୋବର ୨୪ ତାରିଖରେ ଦଶହରା ପଡ଼ୁଥିବାରୁ ବର୍ଷା ଯୋଗୁଁ ପୂଜା ମାହୋଲ ମାନ୍ଦା ପଡ଼ିବାର ସମ୍ଭାବନା ସୃଷ୍ଟି ହୋଇଛି।

Tags: #weather #weatherupdates #lowpressure #rainfallwarning

Comment