ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୨୦୨୪ ମସିହା ଜାନୁଆରି ୨୨ ତାରିଖରେ ଅଯୋଧ୍ୟା ଶ୍ରୀରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଜାନୁଆରି ୨୨ ତାରିଖ ଦିନ ୧୨ଟା ୩୦ ମିନିଟରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଉପସ୍ଥିତ ରହିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶ୍ରୀରାମ ତୀର୍ଥକ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି।

ବୁଧବାର ଦିନ ଅଯୋଧ୍ୟା ଶ୍ରୀରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମକୁ ନେଇ ଟ୍ରଷ୍ଟ କର୍ମକର୍ତ୍ତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଥିଲେ ଏବଂ କାର୍ଯ୍ୟକ୍ରମରେ ଯୋଗ ଦେବା ଲାଗି ନିମନ୍ତ୍ରଣ କରିଥିଲେ। ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ମାଧ୍ୟମରେ ସୂଚନା ଦେଇଛନ୍ତି। ଏହି ନିମନ୍ତ୍ରଣ ପାଇ ପ୍ରଧାନମନ୍ତ୍ରୀ ନିଜକୁ ଧନ୍ୟ ମନେ କରୁଥିବା କହିଛନ୍ତି। ସେ ଆହୁରି ଲେଖିଛନ୍ତି ଏଭଳି ଏକ ଐତିହାସିକ ମୁହୂର୍ତ୍ତରେ ସାମିଲ ହେବା ତାଙ୍କର ସୌଭାଗ୍ୟ ହେବ।

Tags: #SriRamMandir #Ayodhya #PMNarendraModi #PranaPratistaProgram

LEAVE A REPLY

Please enter your comment!
Please enter your name here