ଓଡ଼ିଶାଲାଇଭ୍ ବ୍ୟୁରୋ

କର୍ଣ୍ଣାଟକ ଚିକ୍କାବଲ୍ଲାପୁରଠାରେ ଗୁରୁବାର ଦିନ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଗୁରୁତର ଆହତ ଥିବା ବ୍ୟକ୍ତିଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବେଙ୍ଗାଳୁରୁ-ହାଇଦ୍ରାବାଦ ୪୪ ନମ୍ବର ଜାତୀୟ ରାଜପଥରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ଗୋଟିଏ କାର ଧକ୍କା ଦେଇଥିଲା। ଏହି କାରରେ ପ୍ରାୟ ୧୩ ଜଣ ଯାତ୍ରୀ ଥିଲେ। ଦୁର୍ଘଟଣା ଯୋଗୁଁ ୧୨ ଜଣ ଯାତ୍ରୀଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ ୪ ଜଣ ମହିଳା ଅଛନ୍ତି।

ସକାଳୁ ସକାଳୁ ଏହି ଦୁର୍ଘଟଣା ଘଟିଛି। କୁହୁଡ଼ି ଯୋଗୁଁ ରାସ୍ତା ଦେଖାନଯିବା ଫଳରେ ଏହି ଦୁର୍ଘଟଣା ହୋଇଥିବା ଅନୁମାନ କରାଯାଉଛି। ତେବେ ଚିକ୍କାବଲ୍ଲାପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Tags: #Accident #RoadAccident #death #caraccident

Comment