ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଆଜି ଦାୟିତ୍ୱ ଗ୍ରହଣ କରିବେ ରଘୁବର ଦାସ।

ରାଜ୍ୟପାଳ ଭାବେ ଶପଥ ନେବା ପୂର୍ବରୁ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି ନବ ନିଯୁକ୍ତ ରାଜ୍ୟପାଳ ରଘୁବର ଦାସ। ସେ ମଙ୍ଗଳବାର ସକାଳେ ଲିଙ୍ଗରାଜ ମନ୍ଦିର ଯାଇ ଦର୍ଶନ କରିବା ସହ ପୂଜା କରିଛନ୍ତି। ଲିଙ୍ଗରାଜ ମନ୍ଦିରରେ ଗଣେଶ ମନ୍ଦିର, ପାର୍ବତୀ ମନ୍ଦିର, ଭୁବନେଶ୍ୱରୀ ମନ୍ଦିର ଓ ନନ୍ଦୀଙ୍କ ଦର୍ଶନ କରିଛନ୍ତି।

ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରି ଓଡ଼ିଶାବାସୀଙ୍କ ବିକାଶ ଓ ସମୃଦ୍ଧି କାମନା କରିଥିବା କହିଛନ୍ତି ନୂଆ ରାଜ୍ୟପାଳ ରଘୁବର ଦାସ।

ଆଜି ଦିନ ୧୧ଟା ୪୫ରେ ରାଜଭବନରେ ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ନବ ନିଯୁକ୍ତ ରାଜ୍ୟପାଳ ରଘୁବର ଦାସ। ହାଇକୋର୍ଟର ମୁଖ୍ୟ ବିଚାରପତି ତାଙ୍କୁ ଶପଥ ପାଠ କରାଇବେ।

ଗତକାଲି ଓଡ଼ିଶା ପହଞ୍ଚିବା ପରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ କରିଥିଲେ ରାଜ୍ୟପାଳ। ଶପଥ ଗ୍ରହଣ ଉତ୍ସବ ପାଇଁ ରାଜ୍ୟପାଳଙ୍କର ୮୦ଜଣ ବନ୍ଧୁ ଓ ପରିବାର ବର୍ଗ ତାଙ୍କ ସହ ଓଡ଼ିଶା ଆସିଛନ୍ତି। ନୂଆ ରାଜ୍ୟପାଳଙ୍କୁ ପ୍ରୋଟୋକଲ୍ ଅନୁଯାୟୀ ଜେଡ୍ ପ୍ଲସ ସୁରକ୍ଷା ପ୍ରଦାନ କରାଯାଇଛି।

Tags: #NewgovernorofOdisha #RaghubarDas #LordLingaraj #odisha

Comment