ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ରଘୁବର ଦାସ। ମଙ୍ଗଳବାର ରାଜଭବନରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ସେ ଶପଥ ନେଇଥିଲେ। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ତାଙ୍କୁ ଶପଥ ପାଠ କରାଇଥିଲେ।

ରଘୁବର ଦାସ ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି। ଶପଥ ଗ୍ରହଣ ପରେ ତାଙ୍କୁ ‘ଗାର୍ଡ ଅଫ୍ ଅନର’ ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟର ବରିଷ୍ଠ ମନ୍ତ୍ରୀମାନେ ଯୋଗ ଦେଇଥିଲେ।

ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବା ପୂର୍ବରୁ ମଙ୍ଗଳବାର ସକାଳେ ରଘୁବର ଦାସ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ। ରାଜ୍ୟପାଳ ନିଯୁକ୍ତ ହେବା ପରେ ସେ ସୋମବାର ଓଡ଼ିଶାରେ ପହଞ୍ଚିଥିଲେ। ଏହାପରେ ସେ ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଥିଲେ।

ଶପଥ ଗ୍ରହଣ ଉତ୍ସବ ପାଇଁ ରାଜ୍ୟପାଳଙ୍କର ୮୦ ଜଣ ବନ୍ଧୁ ଓ ପରିବାର ବର୍ଗ ତାଙ୍କ ସହ ଓଡ଼ିଶା ଆସିଛନ୍ତି। ନୂଆ ରାଜ୍ୟପାଳଙ୍କୁ ପ୍ରୋଟୋକଲ୍ ଅନୁଯାୟୀ ଜେଡ୍ ପ୍ଲସ ସୁରକ୍ଷା ପ୍ରଦାନ କରାଯାଇଛି।

Tags: #NewgovernorofOdisha #RaghubarDas #OathTaking #RajBhaban #Odisha

Comment