ଓଡ଼ିଶାଲାଇଭ୍ ବ୍ୟୁରୋ

ଭାରତ ସରକାରଙ୍କ ଗୃହ ବିଭାଗ ଅଧିନସ୍ଥ ସଶସ୍ତ୍ର ସୀମା ବଳରେ (ଏସଏସବି) ୧୧୧ଟି ‘ସବ ଇନ୍ସପେକ୍ଟର’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏସଏସବିର ବିଭିନ୍ନ ବିଭାଗରେ ଖାଲିଥିବା  ଏହି ପଦବୀ ପୂରଣ ପାଇଁ ବିଜ୍ଞପ୍ତି ଜାରି ହୋଇଛି।

ଏହି ପଦବୀ ପାଇଁ ଭାରତର ବିଭିନ୍ନ ରାଜ୍ୟରେ ପରୀକ୍ଷା କରାଯିବ।ଏଥିପାଇଁ ଏବେ ଅନଲାଇନ ଆବେଦନ ଜାରି ରହିଛି। ନଭେମ୍ବର ୧୬ ତାରିଖରେ ଆବେଦନ ସରିବ।

ଆପଣମାନେ ଏହି ଏସଏସବି ସବ ଇନ୍ସପେକ୍ଟର ପଦବୀ ପାଇଁ ଆବେଦନ କରିବାକୁ ଚାହୁଁଥିଲେ, ଜାଣନ୍ତୁ କେମିତି କରିବେ ଆବେଦନ।

ପଦବୀ ସଂଖ୍ୟା

  • ସବ ଇନ୍ସପେକ୍ଟର – ୧୧୧

ଯୋଗ୍ୟତା

  • ସମସ୍ତ ପ୍ରାର୍ଥୀ ଭାରତୀୟ ନାଗରିକ ହୋଇଥିବା ଆବଶ୍ୟକ
  • ପ୍ରାର୍ଥୀମାନଙ୍କ ବୟସ ୧୮ ରୁ ୩୦ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ
  • ପ୍ରାର୍ଥୀମାନେ ଅତି କମରେ ଯେକୌଣସି ବିଭାଗରେ ଯୁକ୍ତ ୨ ପାସ କରିଥିବା ଆବଶ୍ୟକ
  • କେବଳ କମ୍ୟୁନିକେସନ ବିଭାଗରେ ସବ ଇନ୍ସପେକ୍ଟର’ ପଦବୀ ପାଇଁ ଗ୍ରାଜୁଏସନ ପାସ କରିବା ଦରକାର

‘ସବ ଇନ୍ସପେକ୍ଟର’ ପଦବୀ ପାଇଁ ଆବେଦନ କରୁଥିବା ପ୍ରାର୍ଥୀମାନଙ୍କ ଶାରୀରିକ ମାନଦଣ୍ଡକୁ ଧାର୍ଯ୍ୟ କରାଯାଇଛି। ଏହାର ଅଧିକ ସୂଚନା ଏସଏସସିର ୱେବସାଇଟରେ ଉପଲବ୍ଧ। ଏହାଛଡ଼ା ଅନୁସୂଚିତ ଜାତି, ଜନଜାତି ଓ ପଛୁଆ ବର୍ଗର ପ୍ରାର୍ଥୀମାନଙ୍କୁ ବୟସ ସୀମାରେ ଛାଡ଼ ମିଳିବ।

ଚୟନ ପ୍ରକ୍ରିୟା  

  • ପ୍ରଥମେ ପ୍ରାର୍ଥୀମାନଙ୍କୁ ଏକ ପ୍ରବେଶିକ ପରୀକ୍ଷା ଦେବାକୁ ହେବ
  • ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ପ୍ରାର୍ଥୀମାନଙ୍କ ମେଡିକାଲ ଭେରିଫିକେସନ କରାଯିବ
  • ଏଥିରେ ଚୟନ ହୋଇଥିବା ପ୍ରାର୍ଥୀମାନଙ୍କର ଶାରୀରିକ ପରୀକ୍ଷା କରାଯିବ
  • ଶେଷରେ ପଦବୀ ପାଇଁ ଚୟନ ପ୍ରାର୍ଥୀମାନଙ୍କ ଅନ୍ତିମ ତାଲିକା ଏସଏସସିର ୱେବସାଇଟରେ ବାହାରିବ

କେମିତି କରିବେ ଆବେଦନ

  • ଏସଏସବିର ୱେବସାଇଟ୍ www.sscrectt.gov.inକୁ ଯାଆନ୍ତୁ
  • ୱେବସାଇଟ୍  ଭିତରେ ‘କ୍ୟାରିୟର’ ଅପ୍ସକୁ କ୍ଲିକ କରନ୍ତୁ
  • ଏହାପରେ ସେଠାରେ ନିଜର ରେଜିଷ୍ଟ୍ରେସନ କରନ୍ତୁ
  • ରେଜିଷ୍ଟ୍ରେସନ ପରେ ‘ଲଗ ଇନ’ କରି ପଦବୀ ପାଇଁ ଫର୍ମ ପୂରଣ କରନ୍ତୁ
  • ଫର୍ମ ପୂରଣ ସମୟରେ ନିଜର ପାଖ ଅଞ୍ଚଳରେ ଥିବା ପରୀକ୍ଷା କେନ୍ଦ୍ରକୁ ବାଛନ୍ତୁ
  • ଶେଷରେ ପୂରଣ କରିଥିବା ଫର୍ମର ଏକ ପ୍ରିଣ୍ଟ ଆଉଟ ରଖନ୍ତୁ

 ଏହି ‘ସବ ଇନ୍ସପେକ୍ଟର’ ପଦବୀ ପରୀକ୍ଷା ପାଇଁ ସାଧରଣ ଏବଂ ଓବିସି ବର୍ଗର ପ୍ରାର୍ଥୀମାନଙ୍କୁ ୨୦୦ ଟଙ୍କା ଆବେଦନ ଫି’ ଦେବାକୁ ପଡ଼ିବ। ଅନ୍ୟପଟେ ମହିଳା, ଅନୁସୂଚିତ ଜାତି, ଜନଜାତି ଓ ଅନ୍ୟ ବର୍ଗର ପ୍ରାର୍ଥୀମାନଙ୍କ ପାଇଁ ଫି’ ଛାଡ଼ କରାଯାଇଛି।

ଏହି ପଦବୀ ପାଇଁ କେବେ ପରୀକ୍ଷା କରାଯିବ ସେ ନେଇ ଏସଏସବି ପକ୍ଷରୁ ଆଗକୁ ସୂଚନ ଦିଆଯିବ। ଏହି ପଦବୀ ଓ ପରୀକ୍ଷା ସମ୍ବନ୍ଧୀୟ ଅଧିକ ସୂଚନା ଏସଏସବିର ୱେବସାଇଟରେ ଉପଲବ୍ଧ।

Tags: #SashastraSeemaBal #SubInspector #CAPF #EmploymentOpportunity #India

Comment