ଓଡ଼ିଶାଲାଇଭ୍ ବ୍ୟୁରୋ

ବିଧାୟକ ପ୍ରତାପ କୁମାର ଜେନା ଏବଂ ବିଜେଡିର ବରିଷ୍ଠ ନେତା ସଞ୍ଜୟ ଦାସବର୍ମାଙ୍କୁ ମିଳିଛି ବିଜେଡିର ନୂଆ ଦାୟିତ୍ଵ। ପ୍ରତାପ କୁମାର ଜେନାଙ୍କୁ କେନ୍ଦ୍ରାପଡ଼ା ବିଜେଡି ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ଵ ଦିଆଯାଇଥିବାବେଳେ ସଞ୍ଜୟ ଦାସବର୍ମାଙ୍କୁ ଭଦ୍ରକ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ଵ ଦିଆଯାଇଛି।

କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲ୍ଲାରେ ବିଜେଡି ସଂଗଠନକୁ ସୁଦୃଢ଼ କରିବା ଲାଗି ଦଳର ଦୁଇ ବରିଷ୍ଠ ନେତାଙ୍କୁ ଦାୟିତ୍ଵ ଦେଇଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟକ। ନୂଆ ଦାୟିତ୍ଵ ମିଳିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ପ୍ରତାପ ଜେନା ଓ ସଞ୍ଜୟ ଦାସବର୍ମା

ଦଳର ସଭାପତି ଯେଉଁ ଦାୟିତ୍ଵ ଦେଇଛନ୍ତି ତାକୁ ନିଷ୍ଠାର ସହ ନିର୍ବାହ କରିବେ ବୋଲି କହିଛନ୍ତି ସଞ୍ଜୟ ଦାସବର୍ମା। ଅନ୍ୟପଟେ ଦୀର୍ଘଦିନ ପରେ ସାଙ୍ଗଠନିକ ଦାୟିତ୍ୱ ପାଇଛନ୍ତି ସଞ୍ଜୟ ଦାସବର୍ମା। ପୂର୍ବରୁ ସଞ୍ଜୟ ଦଳୀୟ ମୁଖ୍ୟାଳୟର ସାଧାରଣ ସମ୍ପାଦକ ଦାୟିତ୍ୱ ପାଇଥିଲେ। ଭରସା ଓ ବିଶ୍ୱାସ ସହ ଆସ୍ଥା ପ୍ରକଟ କରିଥିବାରୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି ସଞ୍ଜୟ ଦାସ ବର୍ମା।

Tags: #Politics #OdishaPolitics #BJD #PratapKumarJena #SanjayDasburma #DistrictObserver #kendrapada #Bhadrak #Odisha

LEAVE A REPLY

Please enter your comment!
Please enter your name here