ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି, ବୁଧବାର ଦିନ ପୁରୀ ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ।

ଦ୍ଵିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବା ପରେ ଦତ୍ତମହାପାତ୍ର ସେବକମାନେ ବଡ଼ଠାକୁରଙ୍କ ଶ୍ରୀମୁଖ ଶିଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶିଙ୍ଗାର ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ ସାଧାରଣ ଭକ୍ତ।

ବୁଧବାର ଦିନ ଅପରାହ୍ଣ ୫ଟାରୁ ୪ ଘଣ୍ଟା ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ରାତି ୯ଟା ପରେ ଶ୍ରୀବିଗ୍ରହମାନଙ୍କର ଦର୍ଶନ ସ୍ଵାଭାବିକ ହେବ।

Tags: #PuriShreeMandir #ShreeJagannath #BanakalagiRituals #Odisha

Comment