ଓଡ଼ିଶାଲାଇଭ୍ ବ୍ୟୁରୋ

ହାଇଦ୍ରାବାଦର ନାମପଲ୍ଲୀ ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡ ଯୋଗୁଁ ୧୦ ଜଣ ଗୁରୁତର ଆହତ ହୋଇ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ମୃତକଙ୍କ ମଧ୍ୟରେ ମହିଳା ଓ ଛୋଟ ପିଲା ରହିଛନ୍ତି।
ସୋମବାର ସକାଳ ପ୍ରାୟ ସାଢ଼େ ୯ଟା ବେଳେ ନାମପଲ୍ଲୀ ଅଞ୍ଚଳର ଏକ ଆପାର୍ଟମେଣ୍ଟରେ ନିଆଁ ଲାଗିଯାଇଥିଲା। ଗୋଟିଏ କାର ରିପାରିଂ କରିବା ସମୟରେ ହଠାତ୍ ନିଆଁ ଲାଗି ଚାରିଆଡ଼କୁ ବ୍ୟାପି ଯାଇଥିଲା। ଅଗ୍ନିକାଣ୍ଡର ଭୟାବହତା ଏତେ ଥିଲା ଯେ ଆପାର୍ଟମେଣ୍ଟରେ ଥିବା ଲୋକ ବାହାରକୁ ବାହାରିବା କଷ୍ଟକର ହୋଇପଡ଼ିଥିଲା। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। ଆପାର୍ଟମେଣ୍ଟରେ ଫସି ରହିଥିବା ଲୋକଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି।
Tags: #Hydrabad #MassiveFire #Death #accident #India #NampallyApartment