ଓଡ଼ିଶାଲାଇଭ୍ ବ୍ୟୁରୋ

This image has an empty alt attribute; its file name is Srimandir-5-1024x575.jpeg

ପଞ୍ଚକ ସମୟରେ ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। ବିଶେଷ କରି ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା ସହ ଶୃଙ୍ଖଳିତ ନୀତିକାନ୍ତି ଉପରେ ଗୁରୁତ୍ଵ ଦିଆଯାଇଛି।

ଏ ନେଇ ମଙ୍ଗଳବାର ଦିନ ପରିଚାଳନା ଅଧିକାରୀ ଏବଂ ଉଚ୍ଚ ପଦାଧିକାରୀଙ୍କ ଉପସ୍ଥିତିରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ଗୁରୁତ୍ଵପୂର୍ଣ୍ଣ ବୈଠକରେ ନିଷ୍ପତ୍ତି ହୋଇଛି।

ପୁରୀ ଶ୍ରୀମନ୍ଦିରର ଚାରି ଦ୍ଵାରା ଖୋଲାଯାଇନଥିବାରୁ ବଡ଼ଠାକୁରଙ୍କ ଦର୍ଶନ ପାଇଁ ଭକ୍ତଙ୍କୁ ନାହିଁ ନଥିବା ହଇରାଣ ହରକତ ହେବାକୁ ପଡ଼ୁଛି। ଶ୍ରୀମନ୍ଦିର ପ୍ରବେଶ ପାଇଁ ଭକ୍ତଙ୍କୁ ଘଣ୍ଟା ଘଣ୍ଟା ଧରି ଲମ୍ବା ଧାଡ଼ିରେ ଅପେକ୍ଷା କରିବାକୁ ପଡ଼ୁଛି। ଏହାକୁ ନେଇ ଭକ୍ତଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ସୋମବାର ଦିନ ଶ୍ରୀମନ୍ଦିର ପ୍ରବେଶ ପାଇଁ ଅପେକ୍ଷା କରିଥିବା ବେଳେ କିଛି ଭକ୍ତ ଅଚେତ ହୋଇପଡ଼ିଥିଲେ। ବୟସ୍କ ଭକ୍ତଙ୍କୁ ବହୁ ଅସୁବିଧା ଭୋଗିବାକୁ ପଡ଼ିଥିଲା। ଏହାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର ପ୍ରବେଶ ଲାଗି ସ୍ଵତନ୍ତ୍ର ଦପକ୍ଷେପ ଗ୍ରହଣ କରାଯାଇଛି।

Tags: #Puri #Srimandir #SriJagannath #SpecialArrangement #Panchak

Comment