ଓଡ଼ିଶାଲାଇଭ୍ ବ୍ୟୁରୋ

ଆଣ୍ଡାମାନ ସାଗରରେ ଆସନ୍ତା ନଭେମ୍ବର ୨୬ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେବା ପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଥିବା ସୂଚନା ଦେଇଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ନଭେମ୍ବେର ୨୫ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ନଭେମ୍ବର ୨୬ ତାରିଖ ବେଳକୁ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନମାନ କରାଯାଇଛି।
ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନ ସାଗର ଅଞ୍ଚଳରେ ନଭେମ୍ବର ୨୬ ତାରିଖ ବେଳକୁ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
Tags: #WeatherUpdates #WeatherNews #LowPressure #SouthAndamanSea












