ଓଡ଼ିଶାଲାଇଭ୍ ବ୍ୟୁରୋ

ଡିସେମ୍ବର ୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହୋଇ ଡିସେମ୍ବର ୪ ତାରିଖ ବେଳକୁ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଡିସେମ୍ବର ୪ ତାରିଖରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଡିସେମ୍ବର ୪ ତାରିଖରେ ପ୍ରବଳ ବର୍ଷା ହେବା ନେଇ ରାଜ୍ୟ ୫ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି। ଆସନ୍ତା ଡିସେମ୍ବର ୫ ବେଳକୁ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି।

ଡିସେମ୍ବର ୫ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ୫ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ପ୍ରବଳ ବର୍ଷା ପାଇଁ ୫ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି। ସେହିପରି ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ଖୋର୍ଦ୍ଧା, ପୁରୀ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ନୟାଗଡ଼।

Tags: #Weather #WeatherUpdates #Rainfall #RainfallWarning #Odisha

LEAVE A REPLY

Please enter your comment!
Please enter your name here