ଓଡ଼ିଶାଲାଇଭ୍ ବ୍ୟୁରୋ

ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଡକ୍ଟର ମୋହନ ଯାଦବ। ବୁଧବାର ମଧ୍ୟପ୍ରଦେଶର ରାଜ୍ୟପାଳ ମଙ୍ଗୁଭାଇ ସି ପଟେଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହାସହିତ ବିଜେପି ନେତା ରାଜେନ୍ଦ୍ର ଶୁକ୍ଳା ଓ ଜଗଦୀଶ ଦେୱଡା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।

ଭୋପାଳର ମୋତିଲାଲ ନେହେରୁ ଷ୍ଟାଡିୟମରେ ଆୟୋଜିତ ଏହି ଶପଥଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସହ ଦଳର ବହୁ ବରିଷ୍ଠ ନେତା ଯୋଗ ଦେଇଥିଲେ।  

ଚଳିତ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ପଛରେ ପକାଇ ପୁଣି କ୍ଷମତା ହାସଲ କରିଥିଲା ବିଜେପି। ଦଳ ୨୩୦ଟି ଆସନରୁ ୧୬୩ଟି ଜିତିବାରେ ସଫଳ ହୋଇଥିଲା। ସେହିପରି କଂଗ୍ରେସକୁ ୬୬ଟି ସିଟ୍ ମିଳିଥିଲା।

ମଧ୍ୟପ୍ରଦେଶରେ କ୍ଷମତାକୁ ଆସିବାପରେ ଡକ୍ଟର ମୋହନ ଯାଦବଙ୍କୁ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ହେବା ପାଇଁ ଚୟନ କରାଯାଇଥିଲା। ଏନେଇ ସୋମବାର ହୋଇଥିବା ବିଜେପି ବିଧାୟକ ଦଳର ବୈଠକରେ ସର୍ବସମ୍ମତିରେ ନିଷ୍ପତି ନିଆଯାଇଥିଲା। 

Tags: #DrMohanYadav #NewCM #Swearing-in-Ceremony #Bhopal #MadhyaPradesh

Comment