ଓଡ଼ିଶାଲାଇଭ୍ ବ୍ୟୁରୋ

ସ୍ମାର୍ଟସିଟି ରାଉରକେଲାରେ ଝାଡ଼ାବାନ୍ତି ସ୍ଥିତି ନିୟନ୍ତ୍ରଣ ବାହାରକୁ ଯାଇଛି। ଏଠାରେ ଝାଡ଼ାବାନ୍ତିରେ ମୃତ୍ୟୁ ପଛରେ କଲେରା ଜୀବାଣୁ ଥିବା ସ୍ପଷ୍ଟ ହୋଇଛି। ଏନେଇ ସୂଚନା ଦେଇଛନ୍ତି ରାଉରକେଲା ଆଇଜିଏଚ ସୁପରିଟେଣ୍ଡେଣ୍ଟ ସୁଧା ପ୍ରଧାନ।

ରାଉରକେଲା ଝାଡ଼ାବାନ୍ତି ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମଙ୍ଗଳବାର ସନ୍ଧ୍ୟାରେ ଏହାକୁ ନେଇ ବରିଷ୍ଠ ଅଧିକାରୀମାନଙ୍କ ସହ ସମୀକ୍ଷା ବୈଠକ ବସିବ।

ରାଉରକେଲାରେ ଝାଡ଼ାବନ୍ତିରେ ଆକ୍ରାନ୍ତ ହୋଇ ବର୍ତ୍ତମାନ ସୁଦ୍ଧା ୯ ଜଣଙ୍କର ମୃତ୍ୟୁ ହୋଇଛି। ୫୦୦ରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅଛନ୍ତି।

ଫାଟି ଯାଇଥିବା ପାଇପରେ ଡ୍ରେନ ପାଣି ମିଶି ଯାଇଥିବାରୁ ଏହି ଦୂଷିତ ପାଣି ବ୍ୟବହାର କରି ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେଉଥିବା ଅଭିଯୋଗ ହେଉଛି।

ଅନ୍ୟ ପଟେ ରାଉରକେଲରେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ, ସ୍ୱାସ୍ଥ୍ୟ ବିଭାଗ ଏବଂ ଆରଏମସି ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ବିଶେଷ କରି ସହରର କୋଏଲ ନଗର, ନାଲାରୋଡ, ଉଦିତନଗର, ଛେଣ୍ଡ କଲୋନି, ବାସନ୍ତୀ କଲୋନୀ, ପାନପୋଷ ବାଲୁଘାଟ ଆଦି ଅଞ୍ଚଳରେ ସଂକ୍ରମଣ ବଢ଼ୁଛି। ବିଭିନ୍ନ କଲୋନୀ ଏବଂ ବସ୍ତିଗୁଡ଼ିକରେ ଗାଡ଼ି ବୁଲି ବୁଲି ଲୋକଙ୍କୁ ସଚେତନ କରୁଛି।

Tags: #Rourkela#Cholera #Diarrhea #Death #Odisha #Health

Comment