ଓଡ଼ିଶାଲାଇଭ୍ ବ୍ୟୁରୋ

ଦିନକୁ ଦିନ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଏହାକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ପୁଣି ଜଣେ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି।

ରାଜ୍ୟରେ ସପ୍ତାହକ ମଧ୍ୟରେ ୩ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ଲୋକଙ୍କ ମନରେ ଛନକା ପଶିଛି। ଏପଟେ କୋଭିଡକୁ ନେଇ ତତ୍ପରତା ପ୍ରକାଶ କରିଛନ୍ତି ରାଜ୍ୟ ସରକାର। ବୟସ୍କ ଏବଂ ବିଭିନ୍ନ ରୋଗରେ ପୀଡ଼ିତ ବ୍ୟକ୍ତିଙ୍କୁ ସତର୍କତା ଅବଲମ୍ବନ କରିବାକୁ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଘରୁ ବାହାରକୁ ଯିବା ସମୟରେ ମାସ୍କ ପିନ୍ଧିବା ସହ ଭିଡ଼ଠାରୁ ଦୂରେଇ ରହିବାକୁ ବିଭାଗ ପକ୍ଷରୁ କୁହାଯାଇଛି।

ଆଗକୁ ନୂଆବର୍ଷ। ଡିସେମ୍ବର ୩୧ ତାରିଖ ଜିରୋ ନାଇଟ ସେଲିବ୍ରେସନ ଏବଂ ନୂଆବର୍ଷ ପାଇଁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ ହେବ। ଏହି ସମୟରେ ଭିଡ଼ ବଢ଼ିବା ଯୋଗୁଁ କୋଭିଡ ସଂକ୍ରମଣ ବଢ଼ିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାରେ କୋଭିଡ କଟକଣା ଲାଗୁ ହେବାର ସମ୍ଭାବନା ରହିଛି।

Tags: #Covid19 #CoronaVirus #CovidInfection #Odisha #Health

LEAVE A REPLY

Please enter your comment!
Please enter your name here