ଓଡ଼ିଶାଲାଇଭ୍ ବ୍ୟୁରୋ

ଭୁବନେଶ୍ୱର ପାଣ୍ଡରାସ୍ଥିତ ହାଇଟେକ୍‌ ହସ୍ପିଟାଲର ତୃତୀୟ ମହଲାରେ ଗତ ବର୍ଷ ଡିସେମ୍ବର ୨୯ ତାରିଖରେ ବିସ୍ଫୋରଣ ଘଟି ୪ ଜଣ ଗୁରୁତର ଆହତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ପୁଣି ଜଣେ ଆହତଙ୍କର ବୁଧବାର ଦିନ ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ପୁରୀ ଜିଲ୍ଲା ଡେଲାଙ୍ଗ ଚାଇଁପୁର ଗାଁର ଶ୍ରୀତମ ସାହୁ।

ଏହା ପୂର୍ବରୁ ଗତ ବର୍ଷ ଡିସେମ୍ବର ୩୧ ତାରିଖରେ ଖୋର୍ଦ୍ଧା ଜିଲ୍ଲା ଜଟଣୀ ବଅଁଙ୍ଗ ଗାଁର ଦିଲ୍ଲୀପ ସାମନ୍ତରାୟଙ୍କର ମୃତ୍ୟୁ ହୋଇଥିଲା। ଦିଲ୍ଲୀପ ଏସି ମେକାନିକ୍ ଭାବେ କାର୍ଯ୍ୟ କରୁଥିଲେ।

ଭୁବନେଶ୍ୱର ପାଣ୍ଡରାସ୍ଥିତ ହାଇଟେକ୍‌ ହସ୍ପିଟାଲର ତୃତୀୟ ମହଲାରେ ଗତ ବର୍ଷ ଡିସେମ୍ବର ୨୯ ତାରିଖରେ ଅକ୍ସିଜେନ ସିଲିଣ୍ଡରରେ ବିସ୍ଫୋରଣ ଘଟି ୪ ଜଣ ଗୁରୁତର ଭାବେ ଆହତ ହୋଇଥିଲେ। ଆହତମାନଙ୍କୁ ଚିକିତ୍ସା ପାଇଁ ହାଇଟେକ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା ଦୁଇଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଦୁଇଜଣ ଗୁରୁତର ଚିକିତ୍ସାଧୀନ ଅଛନ୍ତି।

Tags: #HiTechHospital #Bhubaneswar #GasExplosion #Odisha

Comment