ଓଡ଼ିଶାଲାଇଭ୍ ବ୍ୟୁରୋ

(ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲାରେ ପୁଣି ମାଓବାଦୀ ନିଜର ଉପସ୍ଥିତି ଜାହିର କରିଛନ୍ତି। ବୌଦ୍ଧ-କନ୍ଧମାଳ ସୀମାନ୍ତ ମନମୁଣ୍ଡା ଥାନା ଶଗଡ଼ା ଫାଣ୍ଡି ଅନ୍ତର୍ଗତ ବାତେପଙ୍ଗା ଜଙ୍ଗଲରେ ସର୍ଚ୍ଚ ଅପରେସନ ଚାଲିଥିଲା ବେଳେ ମାଓବାଦୀଙ୍କ ଦ୍ଵାରା ଖଞ୍ଜା ଯାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟି ୩ ଜଣ ଏସଓଜି ଯବାନ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରିବାକୁ ଦୁଇଟି ଟିମ୍ ଘଟଣାସ୍ଥଳକୁ ଯାଇଛନ୍ତି।

ଗତ ବର୍ଷ ଡିସେମ୍ବର ମାସରେ ଦୁଇ ଦୁଇଥର ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ମାଓବାଦୀ କ୍ୟାମ୍ପ ଧ୍ୱଂସ କରି ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ କରାଯାଇଥିଲା।

ସୁରକ୍ଷାବାହିନୀ ପକ୍ଷରୁ ମାଓବାଦୀଙ୍କ ଗତିବିଧି ଉପରେ ନଜର ରଖାଯିବା ସହ ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି। ଶୁକ୍ରବାର ସକାଳୁ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ମାଓବାଦୀ ବିଛାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟିଥିଲା।

Tags: #LandmineExplosion #JawansInjured #BoudhKandhamalBorder #SearchOperation #Maoists

LEAVE A REPLY

Please enter your comment!
Please enter your name here