ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟର ବିଭିନ୍ନ ଜିଲ୍ଲାରେ ଶୀତ ପ୍ରକୋପ ସହ କୁହୁଡ଼ି ଜାରି ରହିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଠାରେ ଦୃଶ୍ୟମାନ ଦୂରତା ୫୦ ମିଟରୁ ୨୦୦ ମିଟର ମଧ୍ୟରେ ରହିବା ନେଇ ଆକଳନ କରାଯାଇଛି।
ସେହିପରି ଡିସେମ୍ବର ୭ରୁ ୮ ତାରିଖ ମଧ୍ୟରେ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଠାରେ ଦୃଶ୍ୟମାନ ଦୂରତା ୫୦ ମିଟରୁ ୨୦୦ ମିଟର ମଧ୍ୟରେ ରହିବ।
ଆସନ୍ତା ଡିସେମ୍ବର ୮ରୁ ୯ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାଗୁଡ଼ିକରେ ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିବାର ସମ୍ଭାବନା ରହିଛି।
ଡିସେମ୍ବର ୮ ତାରିଖ ପର୍ଯ୍ୟନ୍ତ ଘନ କୁହୁଡ଼ିର ସମ୍ଭାବନା ରହିଥିବାରୁ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକର ଜିଲ୍ଲାପାଳ, ଏସପି, ପରିବାହନ ଅଧିକାରୀଙ୍କୁ ସତର୍କତା ଅବଲମ୍ବନ କରିବାକୁ ସ୍ଵତନ୍ତ୍ର ରିଲିଫ୍ କମିଶନଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।
Tags: #Weather #WeatherUpdates #FogWarning #Odisha