ଓଡ଼ିଶାଲାଇଭ୍ ବ୍ୟୁରୋ

ଆଗାମୀ ୩ ଦିନ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା ରହିଛି। ଘନ କୁହୁଡ଼ି ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣଂ ଜାରି କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା, କଟକ, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ପର୍ଯ୍ୟନ୍ତ ରହିବ।
ସେହିପରି ଜାନୁଆରି ୨୦ରୁ ୨୧ ତାରିଖ ମଧ୍ୟରେ ଘନ କୁହୁଡ଼ି ପାଇଁ ଖୋର୍ଦ୍ଧା, ପୁରୀ, କଟକ, ଯାଜପୁର, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ସୋନପୁର ଏବଂ ବୌଦ୍ଧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିଛି।
ଏହା ସହିତ ଜାନୁଆରି ୨୧ରୁ ୨୨ ତାରିଖ ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଏବଂ ସୋନପୁର ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିବ।
ପାଣିପାଗ କେନ୍ଦ୍ରର ସୂଚନା ପରେ ଆଗାମୀ ୩ ଦିନ ସତର୍କତା ଅବଲମ୍ବନ କରିବାକୁ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଏବଂ ବାଣିଜ୍ୟ ଓ ସଡ଼କ ପରିବହନ ବିଭାଗକୁ ପରାମର୍ଶ ଦେଇଛନ୍ତି ଏସଆରସି। ଏହି ସମୟ ମଧ୍ୟରେ ଦୁର୍ଘଟଣା ସମ୍ଭାବନା ରହିଥିବାରୁ କୌଣସି ଅଭାବନୀୟ ପରିସ୍ଥିତିକୁ ଏଡ଼ାଇବା ପାଇଁ ଆଗୁଆ ପଦକ୍ଷେପ ଗ୍ରହଣ କରିବାକୁ ଏସଆରସିଙ୍କ ପକ୍ଷରୁ କୁହାଯାଇଛି।
Tags: #FogWarning #FogWarningtoOdisha #Weather #WeatherUpadates #Odisha

















