ଓଡ଼ିଶାଲାଇଭ୍ ବ୍ୟୁରୋ

ଆଗାମୀ ୩ ଦିନ ଯାଏଁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ିର ସମ୍ଭାବନା ରହିଛି। ଜାନୁଆରି ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଘନ କୁହୁଡ଼ି ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣଂ ଜାରି କରାଯାଇଛି।

ଆସନ୍ତା ୩ ଦିନ ଯାଏଁ ଉପକୂଳ ଓଡ଼ିଶା ସମେତ ପାର୍ଶ୍ଵବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ସମ୍ଭାବନା ପାଇଁ ୟେଲୋ ଓ୍ଵାର୍ଣ୍ଣଂ ଜାରି କାରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସମୟ ମଧ୍ୟରେ ରାତି ତାପମାତ୍ରରେ ବିଶେଷ ପରିବର୍ତ୍ତନ ହେବାର ନଥିବା କୁହାଯାଇଛି।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ଗଞ୍ଜାମ, ଗଜପତି, ବୌଦ୍ଧ, କନ୍ଧମାଳ, ସୋନପୁର, ବଲାଙ୍ଗିର, କଳାହାଣ୍ଡି ଏବଂ ରାୟଗଡ଼ା ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିବା ନେଇ ଆକଳନ କରାଯାଇଛି।

ସେହିପରି ଜାନୁଆରି ୨୧ରୁ ୨୨ ତାରିଖ ମଧ୍ୟରେ ସୋନପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, ରାୟଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ପୁରୀ, ଖୋର୍ଦ୍ଧା, କଟକ ଓ ନୟାଗଡ଼ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାଗୁଡ଼ିକରେ ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିବାର ସମ୍ଭାବନା ରହିଛି।

ଏହା ସହିତ ଜାନୁଆରି ୨୨ରୁ ୨୩ ତାରିଖ ମଧ୍ୟରେ ବଲାଙ୍ଗିର, କଳାହାଣ୍ଡି, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକରେ ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସେହିପରି ଆସିନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ଜାନୁଆରି ୨୧ରୁ ୨୨ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଝାରସୁଗୁଡ଼ା ଜିଲ୍ଲାରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ଆକଳନ କରିଛି।

ଜାନୁଆରି ୨୨ରୁ ୨୩ ତାରିଖ ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡ଼ାରେ ସାମାନ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଜାନୁଆରି ୨୩ରୁ ୨୪ ତାରିଖ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପରୁ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ ଏବଂ ଅନୁଗୁଳ ଜିଲ୍ଲାରେ ବର୍ଷା ନେବାର ସମ୍ଭାବନା ରହିଛି।

ସେହିପରି ଜାନୁଆରି ୨୪ରୁ ୨୫ ତାରିଖ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଏବଂ କନ୍ଧମାଳ ଜିଲ୍ଲାରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ଜାନୁଆରି ୨୫ରୁ ୨୬ ତାରିଖ ମଧ୍ୟରେ ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Tags: #FogWarning #FogWarningtoOdisha #RainfallWarning #Weather #WeatherUpadates #Odisha

Comment