ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ହେଉଛି ଭାରତ ମା’ର ବୀର ପୁତ୍ର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୭ତମ ଜୟନ୍ତୀ। ଏହି ଅବସରରେ ନେତାଜୀଙ୍କ ଅଦମ୍ୟ ସାହସ, ବୀରତ୍ୱ ଓ ଦେଶପ୍ରେମକୁ ମନେ ପକାଉଛି ସାରା ଭାରତ। ନେତାଜୀଙ୍କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ତାଙ୍କ ଜନ୍ମଦିନକୁ ‘ପରାକ୍ରମ ଦିବସ’ ଭାବେ ପାଳନ କରାଯାଉଛି।
୨୦୨୧ ମସିହାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମଦିନକୁ ‘ ପରାକ୍ରମ ଦିବସ’ ରୂପେ ପାଳନ କରିବାକୁ କେନ୍ଦ୍ର ସରକାର ଘୋଷଣା କରିଥିଲେ।
୧୮୯୭ ମସିହା ଜାନୁଆରି ୨୩ ତାରିଖରେ କଟକ ସହରରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜନ୍ମ ଗ୍ରହଣ କରିଥିଲେ। ତାଙ୍କ ପିତାଙ୍କ ନାଁ ଥିଲା ଜାନକୀନାଥ ବୋଷ ଏବଂ ମା’ଙ୍କ ନାଁ ଥିଲା ପ୍ରଭାବତୀ ଦେବୀ। କଟକ ଓଡ଼ିଆବଜାର ଜାନକୀନାଥ ଭବନରେ ନେତାଜୀଙ୍କ ପିଲାବେଳ କଟିଥିଲା।
ସୁଭାଷ ବ୍ରିଟଶ ସରକାରଙ୍କୁ ଦିନେ ନିଜ ଦାମ୍ଭିକତାରେ ଚମକାଇ ଦେଇଥିଲେ। ସୁଭାଷଙ୍କ କାଳଜୟୀ ଉଦଘୋଷଣା ‘ମତେ ରକ୍ତ ଦିଅ, ମୁଁ ତୁମକୁ ସ୍ଵାଧିନତା ଦେବି’ ଆଜିବି କୋଟି କୋଟି ଭାରତୀୟଙ୍କ ପ୍ରାଣରେ ଜୀବିତ ରହିଛି।
ଜଣେ ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଦେଶଭକ୍ତ ଓ ଜଣେ ଅବିସ୍ମରଣୀୟ ଯୋଦ୍ଧାଭାବେ ନେତାଜୀ ଏ ଜାତିର ଚିର ନମସ୍ୟ।
Tags: #NetajiJayanti #NetajiSubhasChandraBose #ParakramDivas